ସମ୍ବଲପୁର ମାଟିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ, ପଚାରିଲେ ଏସବୁ ପ୍ରଶ୍ନ...
 

What has done for the weavers Kartik pandian ask Dharmendra Pradhan
ସମ୍ବଲପୁର ମାଟିରେ ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ସମଲୋଚନା
 

ଓଡ଼ିଆ ଗସିପ୍ ବ୍ୟୁରୋ: ସମ୍ବଲପୁର ପିଏଚଡି ପଡିଆରେ ବିଶାଳ ଜନସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସଭା ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ଲୋଡିଛନ୍ତି ନବୀନ। ଏହାସହ ସମ୍ବଲପୁର ମାଟିରୁ କେନ୍ଦ୍ରକୁ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ସମଲୋଚନା କରିଛନ୍ତି। ସମ୍ବଲପୁରରୁ ବିଜେପି ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଚାରିଛନ୍ତି ଏକାଧିକ ପ୍ରଶ୍ନ। କହିଥିଲେ, ଏ ଅଂଚଳର ଭାଷା, କଳା ଓ ସଂସ୍କୃତି ଲାଗି ସମ୍ବଲପୁର ପାଇଛି ସ୍ଵତନ୍ତ୍ର ପରିଚୟ। 

ସମ୍ବଲପୁରୀ କୋଶଳୀ ଭାଷାକୁ ସମ୍ବିଧାନର ଅଷ୍ଠମ ଅନୁଚ୍ଛେଦରେ ସାମିଲ ଲାଗି ଲଗାତର ୫ ଥର ଧରି ପ୍ରସ୍ତାବ ପଠାଇଥିଲେ ମୁଖ୍ୟମନ୍ତ୍ରୀ। ହେଲେ କେନ୍ଦ୍ର କିଛି କଲେ ନାହିଁ।କାହିଁକି କୋଶଳୀ ଭାଷା ଆଜି ପର୍ଯ୍ୟନ୍ତ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରାଯାଇନାହିଁ ବୋଲି ପଚାରିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। 

ଅଧିକ ପଢନ୍ତୁ : କିଡନୀକୁ ସୁସ୍ଥ ରଖିବାକୁ ଚାହୁଁଛନ୍ତି କି ? ତେବେ ପ୍ରତିଦିନ ଖାଆନ୍ତୁ ଏହିସବୁ ଖାଦ୍ୟ

ସମ୍ବଲପୁରୀ ଶାଢୀରେ ଥିବା ଇକତ ଡିଜାଇନକୁ ସ୍ଵତନ୍ତ୍ର ପରିଚୟ ଦେବାକୁ ଦିଲ୍ଲୀରେ ଥିବା କୃଷି ଭବନର ଜିଜାଇନ ଏହି ସମ୍ବଲପୁରୀ ଶାଢୀ ଡିଜାଇନରେ କରାଯାଇଛି। ଏହି କୋଠାର ଡିଜାଇନ ସାରା ବିଶ୍ଵରେ ପ୍ରସିଦ୍ଧି ଲାଭ କରିଛି। କଳାଭୂମିରେ ସମ୍ବଲପୁରୀ ଶାଢୀ ମ୍ଯୁଜିଅମ ତିଆରି କରୁଛନ୍ତି। ଅଂଚଳରୁ ଥିବା କେନ୍ଦ୍ରମନ୍ତ୍ରୀ ସମ୍ବଲପୁରୀ ଶାଢୀର ଉନ୍ନତି ଓ ଏହାକୁ ଜୀବିକା କରିଥିବା ବୁଣାକାରଙ୍କ ପାଇଁ କଣ କରିଛନ୍ତି ବୋଲି ପଚାରିଛନ୍ତି।

ଅଧିକ ପଢନ୍ତୁ : ମେଷ ରାଶିରେ ମଙ୍ଗଳ ଚଳନ ଯୋଗୁଁ ସୃଷ୍ଟି ହେବ ରୁଚକ ରାଜଯୋଗ, ବଦଳିବ ଏହି ୪ ରାଶିର ଆର୍ଥିକ ସ୍ଥିତି!

କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ ଏଠାରେ ଟେକ୍ସଟାଇଲ ପାର୍କ କରିପାରିଥାନ୍ତେ। ହେଲେ କଣ କରିଛନ୍ତି ବୋଲି ପଚାରିଛନ୍ତି। ବୁଣାକାରଙ୍କ ସହଯୋଗ ଲାଗି ସମ୍ବଲପୁରୀ ଶାଢୀର ରପ୍ତାନୀ ଲାଗି ପଦକ୍ଷେପ ନେଇପାରିଥାନ୍ତେ। ଏ ଅଂଚଳର ବରପୁତ୍ରଙ୍କ ସ୍ମୃତି ପୀଠ ଲାଗି କେନ୍ଦ୍ରମନ୍ତ୍ରୀ କିଛି କରିନାହାନ୍ତି। ଯାହା ବି କରିଛନ୍ତି ମୁଖ୍ୟମନ୍ତ୍ରୀ ବଡ଼଼ ବଡ଼ ସ୍ମୃତି ପୀଠ କରିଛନ୍ତି। ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ସରକାର କେନ୍ଦ୍ର ସହ ମିଶି ବେଆଇନ ଆଡ଼ିବନ୍ଧ ଓ ଡ୍ଯାମ ନିର୍ମାଣ କଲେ। 

ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ସୁପ୍ରିମକୋର୍ଟରେ ମହାନଦୀ ଟ୍ରିବ୍ଯୁନାଲ ଗଠନ ହେଲା। ଏହି ଟ୍ରିବ୍ଯୁନାଲ ଗଠନକୁ ବିରୋଧ କରିଥିଲେ କେନ୍ଦ୍ର ସରକାର। ସେହି ସମୟରେ ଏଠାକାର କେନ୍ଦ୍ରମନ୍ତ୍ରୀ କେନ୍ଦ୍ର ସରକାରଙ୍କ ସହ ଠିଆ ହୋଇଥିଲେ। ସମ୍ବଲପୁର, ବରଗଡ଼ ସହ ଶେଷରେ ଓଡ଼ିଶାକୁ ଭୁଲିଗଲେ କେନ୍ଦ୍ରମନ୍ତ୍ରୀ।

ଅଧିକ ପଢନ୍ତୁ : ବୁଧଙ୍କ ଗୋଚର, ଏହି ୨ଟି ରାଶି ପାଇଁ ଖରାପ ସମୟ! ଜାଣନ୍ତୁ ସେହି ରାଶି ବିଷୟରେ 
 

Share this story