ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତାର ହାତ ବଢ଼ାଇଲେ ରାଜ୍ୟ ସରକାର

ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତାର ହାତ ବଢ଼ାଇଲେ ରାଜ୍ୟ ସରକାର
ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତାର ହାତ ବଢ଼ାଇଲେ ରାଜ୍ୟ ସରକାର

ଓଡ଼ିଆ ଗସିପ ବ୍ୟୁରୋ: ଶ୍ରୀମନ୍ଦିର ସେବାୟତମାନେ ଖୁବ୍‍ଶୀଘ୍ର ଦ୍ୱିତୀୟ କିସ୍ତିର ସହାୟତା ପାଇବେ । କରୋନା ପରିପ୍ରେକ୍ଷୀରେ ସେବାୟତମାନଙ୍କୁ ସହାୟତା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦୦୦ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯାଇଥିଲା । ଦ୍ୱିତୀୟ କିସ୍ତିରେ ମଧ୍ୟ ଅନୁରୂପ ପରିମାଣ ସହାୟତା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆଜି ସୂଚନା ଦେଇଛନ୍ତି ।

ସେବକମାନଙ୍କ ମଙ୍ଗଳ ପାଇଁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା ପରେ ଡକ୍ଟର କୁମାର ଏହି ସୂଚନା ଦେବା ସହିତ କରୋନା ଯୋଗୁଁ ମନ୍ଦିର ବନ୍ଦ ଥିବାରୁ ସେବକଙ୍କ ପାଉଣା ଉପରେ ଏହାର ଗୁରୁତର ପ୍ରଭାବ ପଡୁଥିବା କହିଛନ୍ତି । ଏହା କିଭଳି ପୂରଣ କରାଯାଇ ପାରିବ ଆଜି ସେ ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା ହୋଇଛି ।

ଖାଲି ଏତିକି ନୁହେଁ, ଯେଉଁ ସେବକମାନେ ସ୍ୱାସ୍ଥ୍ୟବୀମା ପରିସରଭୁକ୍ତ ହୋଇନାହାନ୍ତି ତୁରନ୍ତ ସେମାନଙ୍କ ନାମ ବୀମା ତାଲିକାରେ ଦରଜ ପାଇଁ ନିଷ୍ପତ୍ତି ହୋଇଛି । ଦଇତାପତି ନିଯୋଗ ସହିତ ଯେଉଁସବୁ ନିଯୋଗ ଗୁଡିକ ମନ୍ଦିର ଭିତରେ ସେବା କରୁଛନ୍ତି ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯାଉଛି ।

ଏଥିପାଇଁ ସେବକମାନଙ୍କୁ ପ୍ରାୟ ୫ହଜାର ମାସ୍କ ଯୋଗାଇ ଦିଆଯିବ । ବୟନିକା ସହାୟତାରେ ଅଥବା ଶ୍ରୀମନ୍ଦିର ପ୍ରଶାସନ ନିଜସ୍ୱ ଭାବେ ଏହି ମାସ୍କ ପ୍ରସ୍ତୁତ କରିବ । ଦୁଇଦିନ ଭିତରେ ଏହାର ଡିଜାଇନ୍‍ ଚୂଡାନ୍ତ ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।

ସେବାୟତମାନଙ୍କୁ ନେଇ ଶ୍ରୀମନ୍ଦିରର ସମସ୍ତ ନୀତିକାନ୍ତି ଚାଲିଥିବାବେଳେ ସେମାନଙ୍କ ପରିବାର କିଭଳି ପାଉଣା ପାଇବେ ତାହା ଉପରେ ଆସନ୍ତା ରବିବାର ଦିନ ଆଲୋଚନା କରାଯିବ ।

ଏଥି ସହିତ ରଥଖଳାରେ ନିର୍ମାଣ କାର୍ଯ୍ୟ ସୁରୁଖୁରୁରେ ଆଗେଇ ଚାଲିଥିବାବେଳେ ଧାର୍ଯ୍ୟ ସମୟ ଠାରୁ ଆଗୁଆ ଭାବେ ନିର୍ମାଣ ହେଉଥିବା ମୁଖ୍ୟ ପ୍ରଶାସକ ଡକ୍ଟର କୁମାର ସୂଚନା ଦେଇଛନ୍ତି ।

ଏହି ଅବସରରେ ସୁରୁଖୁରୁରେ ସ୍ନାନପୂର୍ଣ୍ଣିମା କାର୍ଯ୍ୟ ସମ୍ପାଦନ ହୋଇଥିବାରୁ ସେବାୟତ, ମନ୍ଦିର ପ୍ରାଶାସନର କର୍ମକର୍ତ୍ତା ଓ ପୁରୀବାସୀଙ୍କୁ ମୁଖ୍ୟ ପ୍ରଶାସନ ଧନ୍ୟବାଦନ ଦେଇଥିଲେ ।

Share this story

World Odia Language Conferene