ଆରପାରିରେ ଅଭିନେତା ‘ଅଜିତ ଦାସ’

ଆରପାରିରେ ଅଭିନେତା ‘ଅଜିତ ଦାସ’
ଆରପାରିରେ ଅଭିନେତା ‘ଅଜିତ ଦାସ’

ଓଡ଼ିଆ ଗସିପ୍ ବ୍ୟୁରୋ: ବିଶିଷ୍ଟ ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ଅଜିତ ଦାସ ଆଉ ନାହାନ୍ତି । ରବିବାର ୭୧ ବର୍ଷ ବୟସରେ ଅଜିତ ରାଜଧାନୀ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପରଲୋକ ଖବର ପ୍ରସାରିତ ହେବାପରେ ରାଜ୍ୟ କଳା ଜଗତରେ ଶୋକର ଛାୟା ଖେଳି ଯାଇଛି।

ଆରପାରିରେ ଅଭିନେତା ‘ଅଜିତ ଦାସ’

କରଞ୍ଜିଆରେ ଜନ୍ମ ଗ୍ରହଣ କରିଥିବା ଅଜିତ୍ ଦାସ ୬୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ । ତାଙ୍କ ଅଭିନୀତ ହାକିମବାବୁ ଚଳଚ୍ଚିତ୍ରକୁ ମିଳିଥିଲା ଜାତୀୟ ପୁରସ୍କାର । ଉତ୍କଳ ସଙ୍ଗୀତ ବିଶ୍ୱବିଦ୍ୟାଳୟର ଡ୍ରାମା ବିଭାଗର ଅଧ୍ୟାପକ ଥିଲେ ଅଜିତ ଦାସ୍‌ । ମୁଖ୍ୟମନ୍ତ୍ରୀ, ହାକିମବାବୁ, ଲୁଚକାଳି, ସିନ୍ଦୁର ବିନ୍ଦୁ, ମାଆ, ସୁନା ଚଢ଼େଇ ଆଦି ଫିଲ୍ମରେ ସେ ଅଭିନୟ କରିଥିଲେ । ସିନ୍ଦୁର ବିନ୍ଦୁ ଚଳଚିତ୍ରରୁ ନିଜ ଫିଲ୍ମ ଯାତ୍ରା ଆରମ୍ଭ କରିଥିଲେ ଅଜିତ ଦାସ୍‌ ।

କିଛି ଦିନ ତଳେ ଓଡିଆ ଫିଲ୍ମ ଜଗତର ଆଉ ଜଣେ ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି ।

Share this story

World Odia Language Conferene